ଓଡ଼ିଶାରେ ରେକର୍ଡ ସଂଖ୍ୟକ ୨୯୯୩ ଜଣ କରୋନା ପଜିଟିଭ ଚିହ୍ନଟ,କେବଳ ଖୋର୍ଦ୍ଧାରୁ ୬୦୬ ଚିହ୍ନଟ

Share this:

ଭୁବନେଶ୍ଵର:ରାଜ୍ୟରେ ଆଜି ୨୯୯୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୮୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୧୪ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ  ସର୍ବାଧିକ ୬୦୬ ଜଣ ଲେଖାଏଁ  ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ୨୭୧ଜଣ, କଟକରୁ ୧୫୮ ଜଣ,କନ୍ଧମାଳ ଜିଲ୍ଲାରୁ ୫୮ ଜଣ,କୋରାପୁଟରୁ ୯୫ଜଣ, କେନ୍ଦ୍ରାପଡ଼ାରୁ୪୩ ଜଣ ,କେଉଁଝରରୁ ୬୩ଜଣ ଓ କଳାହାଣ୍ଡିରୁ ୩୬ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୦୪ ଜଣ ,ସୁନ୍ଦରଗଡ଼ରୁ ୭୦ ଜଣ  ଓ ସୋନପୁର ଜିଲ୍ଲାରୁ ୪୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୧୨୧ଜଣ ,ଜଗତସିଂହପୁରରୁ ୪୬ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୪୩ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୯୮ ଜଣ, ବାଲେଶ୍ଵରରୁ ୧୧୫ ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୬୨ଜଣ ,ବୌଦ୍ଧ ଜିଲ୍ଲାରୁ ୯ ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୯୨ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୪୩ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୫୬ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୫୩ ଜଣ ,ନବରଙ୍ଗପୁରରୁ ୬୮ଜଣ ଓ ନୂଆପଡ଼ାରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୬୦,ଦେଓଗଡରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ରାୟଗଡା ରୁ ୧୬୭ଜଣ, ଅନୁଗୋଳରୁ ୨୧ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜ ରୁ ୧୨୦ଜଣ ଏବଂ ମାଲକାନଗିରିରୁ ୮୫ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧୩ ଲକ୍ଷ ୨ହଜାର ୭୧୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୭୮ ହଜାର ୫୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୨ ହଜାର ୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୫ ହଜାର ୭୯୨ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read:

ଆଜି ରାଜ୍ୟରେ ଆଉ ୧୭୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ,ସୁସ୍ଥଙ୍କ ସଂଖ୍ୟା ୫୨ ହଜାର ୨୭୬

ରାଜ୍ୟର ୪୭ ଲକ୍ଷରୁ ଉର୍ଦ୍ଧ୍ୱ ଗରିବ ମହିଳାଙ୍କ ଜୀବନଶୈଳିକୁ ଉନ୍ନତ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Share this: