ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶିତ; ୬୭.୫୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍

Share this:

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ କଳା (+2 Arts) ଏବଂ ଧନ୍ଦାମୂଳକ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳ ସମ୍ପର୍କରେ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ୨ ଲକ୍ଷ ୧୯ ହଜାର ୭୧୬ ଜଣ ଛାତ୍ରଛାତ୍ରୀ ଯୁକ୍ତ୨ କଳା ପରୀକ୍ଷା ଦେଇଥିଲେ। ଏଥିରୁ ୧ ଲକ୍ଷ ୪୮ ହଜାର ୪୫୨ ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ମୋଟ ୯୬ ହଜାର ୯୨୧ ଜଣ ଛାତ୍ରଙ୍କ ମଧ୍ୟରୁ ୫୭.୫୩ ପ୍ରତିଶତ ଅର୍ଥାତ ୫୫ ହଜାର ୭୫୬ ଜଣ ପାସ୍‌ କରିଛନ୍ତି। ୧ ଲକ୍ଷ ୨୨ ହଜାର ୭୯୫ ଜଣ ଛାତ୍ରୀଙ୍କ ମଧ୍ୟରୁ ୭୫.୪୮ ପ୍ରତିଶତ ଅର୍ଥାତ ୯୨ ହଜାର ୬୮୬ ଜଣ ପାସ କରିଛନ୍ତି।  ସମୁଦାୟ ୬୭.୫୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। 

ପ୍ରଥମ ଶ୍ରେଣୀରେ ୨୨ ହଜାର ୧୯୬ ଜଣ, ଦ୍ୱିତୀୟ ଶ୍ରେଣୀରେ ୨୬ ହଜାର ୨୭ ଜଣ ଓ ତୃତୀୟ ଶ୍ରେଣୀରେ ୧ ଲକ୍ଷ ୧୦୧ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି। ବରଗଡ଼ ଜିଲ୍ଲାରୁ ସର୍ବାଧିକ ୭୬.୬୩ ପ୍ରତିଶତ ଓ ନବରଙ୍ଗପୁର ଜିଲ୍ଲାରୁ ସର୍ବନିମ୍ନ ୪୪.୬୭ ପ୍ରତିଶତ ପିଲା ପାସ କରିଥିବା ସୂଚନା ଦିଆଯାଇଛି। ୧୦ଟି କଲେଜର ଶତ ପ୍ରତିଶତ ପରୀକ୍ଷାର୍ଥୀ ପାସ କରିଛନ୍ତି।

ଧନ୍ଦାମୂଳକ (Vocational)ଶିକ୍ଷାରେ ମୋଟ ୭ହଜାର ୩୨ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୪ ହଜାର ୪୬ ପାସ କରିଛନ୍ତି। ଛାତ୍ରଛାତ୍ରୀ ମାନେ www.orissaresults.nic.in  ଲଗ୍‌ଇନ୍‌ କରି ନିଜ  ପରୀକ୍ଷା ଫଳ ଦେଖିପାରିବେ।

Also Read:

IBPS ୨୦୨୦ କ୍ଲର୍କ ପୋଷ୍ଟରେ ୧୫୫୭ ନିଯୁକ୍ତି ସୁଯୋଗ; ଯୋଗ୍ୟତା ଏବଂ ଆବେଦନ

UG ଓ PG ଅନ୍ତିମ ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ କର: ସୁପ୍ରିମକୋର୍ଟ

Share this: