Covid-19: ଓଡ଼ିଶାରେ ରେକର୍ଡ ସଂଖ୍ୟକ ୫୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ଦିନକୁଦିନ ବଢି ଚାଲିଛି କରୋନା (Coronavirus) ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା। ଗତ କିଛି ଦିନଧରି ୪୦ ଉପରେ ଦୈନିକ ମୃତ୍ୟୁସଂଖ୍ୟା ରହୁଥିବାବେଳେ ଆଜି ୫୦ ପାର କରିଛି। ରାଜ୍ୟରୁ ଆଜି ୫୨ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୨୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ସୁନ୍ଦରଗଡ, କଳାହାଣ୍ଡି, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। କେନ୍ଦ୍ରାପଡାରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ କଟକ, କନ୍ଧମାଳ ଏବଂ ମୟୁରଭଞ୍ଜ ୨ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେଉଁଝର, ନୟାଗଡ, ନୂଆପଡ଼ା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୧ ଲକ୍ଷ ୨୫ହଜାର ୫୧୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୨୪ ହଜାର ୬୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୩୫୮ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୯୦ ହଜାର ୭୭୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯ ହଜାର ୬୨୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Mobile ରେ Screen Guard ବ୍ୟବହାର କରୁଛନ୍ତି କି? ହୋଇପାରେ ବିପଜ୍ଜନକ!

Share this: