Covid-19: ରାଜ୍ୟରୁ ଆଜି ୩୭ଜଣଙ୍କ କରୋନାରେ ମୃତ୍ୟୁ, ଅନୁଗୁଳରୁ ସର୍ବାଧିକ

Share this:

ଭୁବନେଶ୍ୱର: ରାଜ୍ୟରେ କରୋନା (Corona Virus) ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି। ଯାହାକି ଚିନ୍ତା ଜନକ। ଗତକାଲି ୩୫ ଜଣଙ୍କ ମୃତ୍ୟୁ ଘଟି ଥିଲା। ପୁଣି ଆଜି ଆଉ ୩୭ ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨ ହଜାର ୭୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି କରୋନା ମୃତକଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫ ଜଣ ରହିଛନ୍ତି। ସେହିପରି କଟକ ଓ  କଳାହାଣ୍ଡିରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ଝାରସୁଗୁଡା, ନବରଙ୍ଗପୁର, ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।  କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡା ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ, ବଲାଙ୍ଗୀରି, ଗଜପତି ଓ କୋରାପୁଟ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ  ୧ କୋଟି ୧୮ ଲକ୍ଷ ୩୫ ହଜାର ୩୬୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୭ ଲକ୍ଷ ୭୩ ହଜାର ୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦ ହଜାର ୪୦୫ ସୁସ୍ଥ ହେବା ସହିତ ମୋଟ ୬ ଲକ୍ଷ ୮୦ ହଜାର ୯୩୨ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୯ ହଜାର ୯୫୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | World No Tobacco Day: ସାବଧାନ! ଭାରତରେ ତମାଖୁ ସେବନ ଦ୍ୱାରା ଦୈନିକ ୩୫୦୦ ମୃତ୍ୟୁ ଘଟୁଛି: ସ୍ୱାସ୍ଥ୍ୟମନ୍ତ୍ରୀ

Share this: