ରାଜ୍ୟରେ ରେକର୍ଡ ସଂଖ୍ୟକ ୫୬୧ କରୋନା ପଜିଟିଭ ଚିହ୍ନଟ

Share this:

ରାଜ୍ୟରେ ଆଉ ୫୬୧    କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୨୫    ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୬  ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 ଆଜି ୧୯   ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୮୩  ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ କଟକ ଜିଲ୍ଲାରେ ୮୧ ଓ ରାୟଗଡା ରେ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଓ ସୁନ୍ଦରଗଡ଼  ଜିଲ୍ଲାରୁ ୩  ଜଣ ଲେଖାଏଁ ଆକ୍ରାନ୍ତ  ହୋଇଛନ୍ତି।  କେଉଁଝର ଓ ଜଗତସିଂପୁର ଜିଲ୍ଲାରେ ୬  ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୨୬  ଓ ମୟୂରଭଞ୍ଜ ଜିଲାରୁ ୧୦  ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୨୧ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳ ରେ ୩ ଜଣ ଆକ୍ରାନ୍ତ ହୋଇଛନ୍ତି।,କେନ୍ଦ୍ରାପଡ଼ା ଓ ଝାରସୁଗୁଡା ରେ ୨ ଜଣ ସଂକ୍ରମିତ ଲେଖାଏଁ ହୋଇଛନ୍ତି। ସମ୍ବଲପୁର ଜିଲ୍ଲାରେ ୮ ଜଣ ଓ ଭଦ୍ରକ ଜିଲାରୁ ଜଣେ ସଂକ୍ରମିତ ହୋଇଛନ୍ତି। କଳାହାଣ୍ଡି  ଜିଲାରୁ ୫  ଜଣ ଆକ୍ରାନ୍ତ ହୋଇଛନ୍ତି। କୋରାପୁଟ  ଜିଲ୍ଲାରୁ ୪  ଜଣ ଓ ବଲାଙ୍ଗିର ଜିଲ୍ଲାରୁ ୧୯  ଜଣ  ଆକ୍ରାନ୍ତ ହୋଇଛନ୍ତି। ପୁରୀ ଜିଲ୍ଲାରୁ ଜଣେ ସଂକ୍ରମିତ ହୋଇଛନ୍ତି। ଏଥିସହିତ , ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଅଛନ୍ତି।

ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ  ୨ ଲକ୍ଷ ୮୧   ହଜାର ୫୨୩   ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୫୦୨   ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୭   ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୫୬୭    ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: