ଓଡ଼ିଶାରେ ରେକର୍ଡ ସଂଖ୍ୟକ ୧୬୯୯ ଜଣ କରୋନା ପଜିଟିଭ ଚିହ୍ନଟ,ଲୋକାଲ ସଂକ୍ରମିତ ୬ଶହ ପାର ଏବଂ ସୁନ୍ଦରଗଡରୁ ୧୭୮

Share this:

ଭୁବନେଶ୍ଵର :ରାଜ୍ୟରେ ଆଜି ୧୬୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୦୭୩  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୨୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୬୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକରୁ ୧୦୫   ଜଣ,କନ୍ଧମାଳ ଜିଲ୍ଲାରୁ ୭୪ ଜଣ,କୋରାପୁଟରୁ ୪୧ ଜଣ, କେନ୍ଦ୍ରାପଡ଼ାରୁ ୨୭  ଜଣ ,କେଉଁଝର ରୁ ୫୬  ଜଣ ଓ କଳାହାଣ୍ଡିରୁ ୩୦ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୦୧  ଜଣ ,ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ ଓ ସୋନପୁରରୁ ୧୦ ଜଣ ଆକ୍ରାନ୍ତ ହୋଇଛନ୍ତି। ରାୟଗଡା ଜିଲ୍ଲା ରୁ ୧୯ ଜଣ,  ଯାଜପୁର ଜିଲ୍ଲାରୁ ୪୧ ଜଣ ,ଜଗତସିଂହପୁରରୁ ୧୬ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୧୦ ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୮୧ଜଣ, ବାଲେଶ୍ଵରରୁ ୧୭ ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୨୧ ଜଣ ,ବୌଦ୍ଧଜିଲ୍ଲା ରୁ ୮ ଜଣ  ଏବଂ ଭଦ୍ରକ ଜିଲ୍ଲାରୁ ୬୬ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୫୯ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୬୭ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୨୫ ଜଣ ,ନବରଙ୍ଗପୁରରୁ ୧୬ ଜଣ ଓ ନୂଆପଡ଼ା ରୁ ୩ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୨୭ ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୧୭ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୭୨ ଜଣ ଓ ମାଲକାନଗିରିରୁ ୨୪  ଜଣଏବଂ  ରୁ ୨୨ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୬ ଲକ୍ଷ ୫୯୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୪୦ ହଜାର ୭୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୫ ହଜାର ୭୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ୧୪  ହଜାର ୭୦୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: