Covid-19 ରେ ମୃତ୍ୟୁବରଣ କରିଥିବା ୧୭ ଜଣ ସାମ୍ବାଦିକଙ୍କ ପାଇଁ ୨ କୋଟି ୫୫ ଲକ୍ଷ ଟଙ୍କା ମଂଜୁର

Share this:

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ କୋଭିଡ଼-୧୯ ମହାମାରୀ (Covid-19 Pandemic) ଯୋଗୁଁ ମୃତ୍ୟୁବରଣ କରିଥିବା ୧୭ ଜଣ କର୍ମଜୀବୀ ସାମ୍ବାଦିକ (Reporter) ଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତ ପାଇଁ ସମୁଦାୟ ୨ କୋଟି ୫୫ ଲକ୍ଷ ଟଙ୍କା ମଂଜୁର କରାଯାଇଛି। ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ।

ଅନୁକମ୍ପାମୂଳକ ସହାୟତ ପାଇଁ ଭୁବନେଶ୍ଵରର ୪ଜଣ, ବଲାଙ୍ଗୀର ଜିଲ୍ଲାର ୩ଜଣ, ଗଞ୍ଜାମ ଜିଲ୍ଲାର ୭ଜଣ, କଳାହାଣ୍ଡି ଜିଲ୍ଲାର ଜଣେ ଓ ଯାଜପୁର ଜିଲ୍ଲାର ୨ଜଣ କର୍ମଜୀବୀ ସାମ୍ବାଦିକ ଏଥିରେ ଅନ୍ତର୍ଭୁକ୍ତ।

amazon

ସୂଚନାଅନୁସାରେ ‘ଜି-ଓଡ଼ିଶା’ର ସ୍ଵର୍ଗତ ମାନସ ଜୟପୁରିଆ, ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ‘ଆଜିକାଲି’ର ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତି, ‘ଟାଇମସ୍ ଅଫ୍ ଇଣ୍ଡିଆ’ର ସ୍ଵର୍ଗତ ପ୍ରୀତିମାନ୍ ମହାପାତ୍ରଙ୍କ ପରିବାରବର୍ଗ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପାଇବେ। ସେହିପରି ‘ଟିଭି ନ୍ୟୁଜ୍ ୬(ୱେବ୍‌)’ର ସାମ୍ବାଦିକ ଗୋବିନ୍ଦ ବେହେରା, ‘ସମ୍ବାଦ’ର ପ୍ରଦୀପ କିଶୋର ସାହୁ, ‘ସମାଜ’ର କିଶୋର ଚନ୍ଦ୍ର ଦାଶ, ‘ଓଡ଼ିଶା ଫାଇଲସ୍‌’ର ନରେଶ କୁମାର ବେହେରା, ‘କଳିଙ୍ଗ ଜ୍ୟୋତି, ନନ୍ଦିନୀ’ର ସାମ୍ବାଦିକ ରନ୍ଧାକର ମହାରଣା, ବ୍ଲକ୍ କରେସ୍‌ଣ୍ଡେଣ୍ଟ ନିଳୟ ରଞ୍ଜନ ପଟ୍ଟନାୟକ, ‘ଅନୁପମ ଭାରତ’ର କରୁଣାକର ସାହୁ, ‘ସମ୍ବାଦ’ର ସାମ୍ବାଦିକ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଜତୀଶ ଚନ୍ଦ୍ର ଖମାରୀ, ‘ପ୍ରଗତିବାଦୀ’ର କୈଳାଶ ଚନ୍ଦ୍ର ସାହୁ, ‘ନକ୍ଷତ୍ର ଟିଭି’ର ଭାନୁପ୍ରକାଶ ରଥ, ‘ମନ୍ଥନ’ର ସାମ୍ବାଦିକ ଅଶୋକ କୁମାର ସାହୁ, ‘ଲୋକସଂପର୍କ’ର ସାମ୍ବାଦିକ ପ୍ରଭାତ କୁମାର ରାଉତରାୟଙ୍କ ନିକଟତମ ସଂପର୍କୀୟଙ୍କୁ ଏହି ଅନୁକମ୍ପାମୂଳକ ସହାୟତା ମିଳିବ।

ସେହିପରି କୋଭିଡ୍‌ରେ ମୃତ୍ୟୁବରଣ କରିଥିବା ଅଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ମଧ୍ୟ ବିଭାଗର ବିଚାରାଧୀନ ରହିଛି। ସେ ବାବଦରେ ଜିଲ୍ଲାସ୍ତରରେ ଅନୁସନ୍ଧାନ ଜାରି ରହିଛି। ଖୁବ୍ ଶୀଘ୍ର ଯୋଗ୍ୟ ବିବେଚିତ ପ୍ରସ୍ତାବଗୁଡ଼ିକୁ ମଂଜୁର କରାଯାଇ ଅନୁକମ୍ପା ରାଶି ପ୍ରଦାନ କରାଯିବା ପାଇଁ ପଦକ୍ଷେପ ନିଆଯିବ।

Also Read | Covid-19 In Odisha : ଓଡ଼ିଶାରେ ପୁଣି କରୋନା ନେଲା ୬୯ ଜଣଙ୍କ ଜୀବନ

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *