SARGIFUL – 2022: ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Share this:

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ସର୍ଗିଫୁଲ ମହୋତ୍ସବ” (SARGIFUL – 2022) ର ଉଦ୍‌ଯାପନ ଦିବସରେ ଯୋଗ ଦେଇଛନ୍ତି। ସେ ଉଦ୍‌ବୋଧନ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। ଅନୁସୂଚିତ ଜାତି ଜନଜାତି ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପିଲା କାହା ଠାରୁ କମ୍‌ ନୁହଁ। ‘ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି’ ଏପରି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଛନ୍ତି।


ତୁମମାନଙ୍କ କାର୍ଯ୍ୟକ୍ରମରେ ମୁଁ ପ୍ରତିବର୍ଷ ଯୋଗ ଦେଉଛି ଏବଂ ତୁମ ଖୁସିରେ ମଧ୍ୟ ସାମିଲ ହେଉଛି, ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାର କ୍ରୀଡାବିତ୍‌ ଦିଲ୍ଲୀପ ତିର୍କିଙ୍କ ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ସେ ନିଜ ଦକ୍ଷତା ଓ ପରିଶ୍ରମ ଯୋଗୁ ସେ ଭାରତୀୟ ହକି ଟିମ୍‌ର କ୍ୟାପଟେନ୍ ହେବା ସହିତ ଆଜି ହକି ଇଣ୍ଡିଆର ସଭାପତି ମଧ୍ୟ ହୋଇପାରିଛନ୍ତି। ଯୁବ ସମାଜ ପାଇଁ ସେ ଜଣେ ରୋଲ ମଡେଲ।

Read Also | Covid 19 Odisha Today: ବଢୁଥିବା କରୋନା ସଂକ୍ରମଣଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ ଶେଷ, ଲାଗୁ ହୋଇପାରେ କଟକଣା!


ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି। ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ।

Advertisement

sony 43 inch 4k led google tv

ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସର୍ଗିଫୁଲ (SARGIFU – 2022)ନାମକ ଏକ ସ୍ମରଣିକା ଉନ୍ମୋଚନ କରିଛନ୍ତି। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍‌ର ଡିଜିଟାଲ ଭର୍ସନ ଉନ୍ମୋଚନ କରିଥିଲେ। ଚଳିତ ବର୍ଷର ଉତ୍ସବରେ ୧୨୦୦ ଛାତ୍ରଛାତ୍ରୀ ଓ ୧୭୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତା ତର୍କ, କୁଇଜ, ବିଜ୍ଞାନ ପ୍ରଦର୍ଶନୀ, ସୃଜନାତ୍ମକ ଲିଖନ, ବାଦ୍ୟଯନ୍ତ୍ର ପ୍ରତିଯୋଗିତା, ଖେଳ ପ୍ରତିଯୋଗିତା ତଥା ଲୋକନୃତ୍ୟ ପ୍ରତିଯୋଗିତାରେ ବିଜୟୀ ହାସଲ କରିଥିବା ପିଲାମାନଙ୍କୁ ପୁରସ୍କୃତ କରାଯାଇଥିଲା।
ସେହିପରି ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ତାଙ୍କ ଉଦବୋଧନରେ ଜନଜାତି ପିଲାମାନଙ୍କ ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଅବଗତ କରାଇଛନ୍ତି।


ଏହି କାର୍ଯ୍ୟକ୍ରମରେ ବିକାଶ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଶ୍ରୀ ଆର୍‌. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗର କମିଶନର-ତଥା-ସଚିବ ରୂପାରୋଶନ ସାହୁ ସ୍ଵାଗତ ଭାଷଣ ଦେଇଥିଲେ।

You Read | SARGIFUL- 2022: ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

FROM THE WEB

Read Also

Share this:

Leave a Reply

Your email address will not be published. Required fields are marked *