Angul Covid19 Updates: ପୁଣି ଅନୁଗୋଳରୁ ୧୫୨ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଅନୁଗୋଳ (ମହିମା ଲାଇଭ ବ୍ୟୁରୋ): ଅନୁଗୋଳ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଆଜି ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୧୫୨ ଜଣ ନୂଆ କରୋନା (Corona Virus) ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ୮୩୫ରେ ପହଞ୍ଚିଛି।

 ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୪ ରେ ପହଞ୍ଚିଛି।

ଆଜି ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୩୮ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୩୩ ଜଣ, କଣିହାଁ ବ୍ଲକ ଅଞ୍ଚଳରୁ ୧୯ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୧୯ଜଣ, କିଶୋରନଗର ବ୍ଳକ୍ ଅଞ୍ଚଳରୁ ୧୫ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୪ଜଣ, ପାଳଲହଡା ବ୍ଳକ୍ ଅଞ୍ଚଳରୁ ୭ଜଣ ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୫ଜଣ, ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ଜଣେ ଓ ଆଠମଲ୍ଲିକ ବିଜ୍ଞାପିତ ପରିଷଦ ଅଞ୍ଚଳରୁ ଜଣେ ଅଛନ୍ତି।

ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ  ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି।

ସେହିପରି ଆଜି ଜିଲ୍ଲାରୁ ୧୪୮ ଜଣ କରୋନାର ମୁକ୍ତ ହୋଇ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୫ ଜଣ କୋଭିଡ ହସପିଟାଲରୁ, ୨ଜଣ କୋଭିଡ କେୟାର ସେଣ୍ଟରରୁ ଏବଂ ୧୩୧ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read | Odisha Covid19: ଆଜି ରାଜ୍ୟରେ ଆଉ ୨୭୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ,୧୩ ମୃତ

Share this: