Angul Covid19 Updates : ପୁଣି ଅନୁଗୋଳରୁ ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଅନୁଗୋଳ (ମହିମା ଲାଇଭ ବ୍ୟୁରୋ) : ଅନୁଗୋଳ ଜିଲ୍ଲାରୁ ଆଜି ୧୩୧ ଜଣ ନୂଆ କରୋନା ପଜିଟିଭ (Covid-19) ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଜିଲ୍ଲାରେ ମୋଟ କରୋନା ପଜିଟିଭ ଚିହ୍ନଟଙ୍କ ସଂଖ୍ୟା ୭ହଜାର ୯୬୬ରେ ପହଞ୍ଚିଛି।

ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬ ରେ ପହଞ୍ଚିଛି।

ଆଜି ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୨୯ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୨୬ ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୧୭ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୧୭ଜଣ, ପାଲଲହଡା ବ୍ଳକ୍ ଅଞ୍ଚଳରୁ ୧୩ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୧ ଜଣ, କିଶୋରନଗର ବ୍ଳକ୍ ଅଞ୍ଚଳରୁ ୭ଜଣ, ଅନୁଗୁଳ ବ୍ଳକ୍ ଅଞ୍ଚଳରୁ ୪ ଜଣ,  ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୩ଜଣ, ତାଳଚେର ପୌରାଞ୍ଚଳରୁ ୩ଜଣ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଅଛନ୍ତି। ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି।

ଆଜି ଅନୁଗୁଳ ଜିଲ୍ଲାରୁ ୨୧୭ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ଜଣ କୋଭିଡ ହସପିଟାଲରୁ , ୧୬ ଜଣ କୋଭିଡ କେୟାର ସେଣ୍ଟରରୁ ଏବଂ ୧୯୪ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read | Odisha Covid19: ଆଜି ରାଜ୍ୟରେ ଆଉ ୨୧୨୮ ଜଣ କରୋନାରୁ ମୁକ୍ତ, ୧୫ ମୃତ

Share this: