Covid Cases in Odisha: ଓଡିଶାରୁ ୨୫୪ ଜଣ ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: Covid-19 Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୨୬୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୨୫୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
ଆଜି ବାଲେଶ୍ଵରରୁ ୨ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୧୧ଜଣ, କଟକରୁ ୨୭ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ଜଣେ, ଗଞ୍ଜାମରୁ ୬ଜଣ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ୨ଜଣ, କଳାହାଣ୍ଡିରୁ ୧୧ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୫୫ଜଣ, କୋରାପୁଟରୁ ୪ଜଣ, ମୟୂରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ୧୫ଜଣ, ନୟାଗଡରୁ ୧୨ଜଣ, ନୂଆପଡ଼ାରୁ ୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୮ଜଣ, ସମ୍ବଲପୁରରୁ ୧୭ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୩୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୧ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୩ ଲକ୍ଷ ୧ ହଜାର ୫୭୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୯ ହଜାର ୭୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୪୮ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୮ ହଜାର ୭୯୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୯୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
[amazon_auto_links id=”9939″]