Corona Cases Odisha: କମୁଛି ସଂକ୍ରମଣ, ଆଜି ୭ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Odisha Today ଓଡ଼ିଶାରେ ପୁଣି ଦୈନିକ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତକାଲି ରାଜ୍ୟରୁ ୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ସୋମବାର ୫ଜିଲ୍ଲାରୁ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵର ଏବଂ କଟକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ ୨ଜଣ, ଖୋର୍ଦ୍ଧାରୁ ଜଣେ ଏବଂ ସମ୍ବଲପୁରରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୫ ଲକ୍ଷ ୪୨ ହଜାର ୮୧୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *