Covid-19: ଆଜି ରାଜ୍ୟରୁ ଆଉ ୪୪ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ରାଜ୍ୟରେ ଗତ କିଛିଦିନ ଦୈନିକ କରୋନା (Corona Virus) ଜନିତ ମୃତ୍ୟୁ ସଂଖ୍ୟା ୪୦ ଉପରେ ରହୁଛି। ଆଜି ରାଜ୍ୟରୁ ଆଉ ୪୪ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୩୪୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ଅଛନ୍ତି। ସେହିପରି କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ବାଲେଶ୍ଵର, ରାୟଗଡ଼ା, ସୁନ୍ଦରଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଅନ୍ୟପକ୍ଷରେ ଅନୁଗୁଳ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଭଦ୍ରକ, ବଲାଙ୍ଗୀରି, ଢେଙ୍କାନାଳ, ଝାରସୁଗୁଡା, ଗଞ୍ଜାମ ଏବଂ  ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୨୭ ଲକ୍ଷ ୨୦ ହଜାର ୯୩୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୫୬ ହଜାର ୧୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭ ହଜାର ୭୩୩ ସୁସ୍ଥ ହେବା ସହିତ ମୋଟ ୭ ଲକ୍ଷ ୯୬ ହଜାର ୭୯୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୫ ହଜାର ୯୨୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | ଦୁନିଆର ସବୁଠାରୁ ବଡ ପରିବାର ମୁଖ୍ୟଙ୍କ ମୃତ୍ୟୁ; ଅଛନ୍ତି ୩୮ ପତ୍ନୀ, ୮୯ ପୁଅଝିଅ

[amazon_auto_links id=”9932″]

Share this: