Corona Cases Odisha: ଆଜି ୧୨ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡ଼ିଶାରୁ ୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କେହି ଜଣେ ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୯ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୮ଲକ୍ଷ ୮୧ ହଜାର ୫୬୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୬୫୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୩୨୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | High Security Plate: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍‍ ନମ୍ବର ବିନା ଆଉ ଗଡିବନି ଗାଡି, ଏହି ପୋର୍ଟାଲରେ ହେବ ଆବେଦନ  

Share this:

Leave a Reply

Your email address will not be published. Required fields are marked *