Today corona positive in odisha : ଆଜି ପୁଣି ବଢିଛି କରୋନା, ୧୯୯ ଚିହ୍ନଟ

Share this:

ଭୁବନେଶ୍ଵର: Today corona positive in odisha district wise last 24 hours ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Coronavirus)। ଗତକାଲି ଓଡ଼ିଶାରୁ ୧୬୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୯୯ଜଣ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି ବଢିଛି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୭ଜଣ, ବରଗଡ଼ରୁ ୮ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରିରୁ ୫ଜଣ, କଟକରୁ ୧୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୪ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡାରୁ ୪ଜଣ, କେଉଁଝରରୁ ୮ଜଣ, ଖୋର୍ଦ୍ଧାରୁ ୩୯ଜଣ,କୋରପୁଟରୁ ଜଣେ, ମୟୂରଭଞ୍ଜରୁ ୭ଜଣ, ନବରଂଗପୁରରୁ ୪ଜଣ, ନୟାଗଡରୁ ୯ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୦ଜଣ, ସମ୍ବଲପୁରରୁ ୪ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୪୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୮ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୪ ଲକ୍ଷ ୫୯ହଜାର ୫୪୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୨ ହଜାର ୨୮୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୫୦ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୧ ହଜାର ୫୯୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୪୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9939″]

mahimalive news

Read Also | Odisha Weather Report : ଆସନ୍ତା କାଲି ରାଜ୍ୟରେ ପ୍ରବଳ ବର୍ଷା,କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Best Mobiles Under 15000
Share this:

Leave a Reply

Your email address will not be published. Required fields are marked *