Today corona positive in odisha: ଓଡ଼ିଶାରେ ପୁଣି ୨୨୨ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Today corona positive in odisha district wise last 24 hours ଗତକାଲି ଓଡ଼ିଶାରୁ ୨୦୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୫୨ଜଣ ଚିହ୍ନଟ ହୋଇଛନ୍ତି (Today corona positive in odisha district wise last 24 hours)। ଯାହାକି କାଲି ଅପେକ୍ଷା ଆଜି ପୁଣି ଥରେ ସଂକ୍ରମିତ ବଢିଛି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୧୧ଜଣ, ବରଗଡ଼ରୁ ୬ଜଣ, ଭଦ୍ରକରୁ ୧ଜଣ, ବଲାଙ୍ଗୀରିରୁ ୩ଜଣ, କଟକରୁ ୨୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୫ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୫ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ୮ ଜଣ, କନ୍ଧମାଳରୁ ୪ଜଣେ, କେନ୍ଦ୍ରାପଡାରୁ ୫ଜଣ, କେଉଁଝରରୁ ୫ଜଣ, ଖୋର୍ଦ୍ଧାରୁ ୩୧ଜଣ, ମୟୂରଭଞ୍ଜରୁ ୫ଜଣ, ନବରଂଗପୁରରୁ ୩ଜଣ, ନୟାଗଡରୁ ୬ଜଣ, ନୂଆପଡ଼ାରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୨ଜଣ, ସମ୍ବଲପୁରରୁ ୧୩ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୨୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୧ଜଣ ଚିହ୍ନଟ ହୋଇଛନ୍ତି।

tv

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୫ ଲକ୍ଷ ୨ ହଜାର ୧୦୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୨ ହଜାର ୯୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୦୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୨ ହଜାର ୨୯୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୧୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

mahimalive news
Share this:

Leave a Reply

Your email address will not be published. Required fields are marked *