Today corona positive in odisha : ଆଜି ରାଜ୍ୟରୁ ୧୬୪ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Today corona positive in odisha district wise last 24 hours ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Coronavirus)। ଗତକାଲି ଓଡ଼ିଶାରୁ ୧୨୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୬୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ଜଣେ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୩ଜଣ, କଟକରୁ ୩୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୫ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୧୦ଜଣ, ଖୋର୍ଦ୍ଧାରୁ ୪୧ଜଣ,କୋରପୁଟରୁ ୨ଜଣ, ମୟୂରଭଞ୍ଜରୁ ୩ଜଣ, ନବରଂଗପୁରରୁ ୩ଜଣ, ନୟାଗଡରୁ ୫ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ଜଣେ, ସମ୍ବଲପୁରରୁ ୪ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୨୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୯ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୪ ଲକ୍ଷ ୪୫ହଜାର ୮୧୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୨ ହଜାର ୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୧୮ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୧ ହଜାର ୩୪୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9939″]

mahimalive news

Read Also | SSC CGL Recruitment 2022: Apply online here ssc.nic.in.

Best Mobiles Under 15000
Share this:

Leave a Reply

Your email address will not be published. Required fields are marked *