Covid Cases in Odisha: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ, ଆଜି ୮୩୬ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଗତକାଲି ପରି ଆଜି ଶନିବାର ମଧ୍ୟ ୨୯ ଜିଲ୍ଲାରୁ ୮୩୬ଜଣ କରୋନା ସଂକ୍ରମିତ (Coronavirus Odisha) ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୪୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୪୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୭୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ଵରରୁ ୧୬ଜଣ, ବରଗଡ଼ରୁ ୪୭ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରିରୁ ୩୩ଜଣ, ବୌଦରୁ ୨୩ଜଣ, କଟକରୁ ୩୪ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୫ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୭ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡାରୁ ୧୯ଜଣ, କଳାହାଣ୍ଡିରୁ ୩୭ଜଣ, କନ୍ଧମାଳରୁ ୨୧ଜଣ, କେନ୍ଦ୍ରାପଡାରୁ ୩ଜଣ, କେଉଁଝରରୁ ୧୦ଜଣ, ଖୋର୍ଦ୍ଧାରୁ ୯୧ଜଣ, କୋରାପୁଟରୁ ୧୨ଜଣ, ମୟୁରଭଞ୍ଜରୁ ୭୨ଜଣ, ନବରଙ୍ଗପୁରରୁ ୩୨ଜଣ, ନୟାଗଡରୁ ୧୭ଜଣ, ନୂଆପଡ଼ାରୁ ୧୪ଜଣ, ପୁରୀରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୨୧ଜଣ, ସମ୍ବଲପୁରରୁ ୮୩ଜଣ ଏବଂ ସୋନପୁରରୁ ୧୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୧ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୭ ଲକ୍ଷ ୬୬ ହଜାର ୬୧୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୮ ହଜାର ୧୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦୧୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨ ହଜାର ୯୪୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୦୦୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Read Also | Edible Oil New Price Today: କମିବ ଖାଇବା ତେଲ ଦାମ, ଖାଉଟିକୁ ଆଶ୍ୱସ୍ତି

Share this:

Leave a Reply

Your email address will not be published. Required fields are marked *