Covid19 Odisha Today: ଓଡିଶାରେ ଦିନେ ବଢିଲେ ଦିନେ କମୁଛି କରୋନା ସଂକ୍ରମଣ, ଆଜି ୯୪୫ ଚିହ୍ନଟ
ଭୁବନେଶ୍ଵର: Covid19 Odisha today ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ। ଗତକାଲି ରାଜ୍ୟରୁ ୮୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଙ୍ଗଳବାର ୯୪୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା କାଲି ଅପେକ୍ଷା କମ ରହିଛି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୫୫୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୯୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୭୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨ଜଣ, ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ୯ଜଣ, ଭଦ୍ରକରୁ ୬ଜଣ, ବଲାଙ୍ଗୀରିରୁ ୧୨ଜଣ, ବୌଦରୁ ୧୨ଜଣ, କଟକରୁ ୭୫ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୯ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂପୁରରୁ ୧୪ଜଣ, ଯାଜପୁରରୁ ୧୩ଜଣ, ଝାରସୁଗୁଡାରୁ ୫ଜଣ, କଳାହାଣ୍ଡିରୁ ୧୮ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, କୋରାପୁଟରୁ ୬ଜଣ, ମୟୁରଭଞ୍ଜରୁ ୩୨ଜଣ, ନୟାଗଡରୁ ୨୭ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୨୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୫ଜଣ, ସମ୍ବଲପୁରରୁ ୫୩ଜଣ, ସୋନପୁରରୁ ୩୭ଜଣ, ସୁନ୍ଦରଗଡରୁ ୧୦୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୭୬ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୩ଲକ୍ଷ ୮୮ହଜାର ୭୪୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୮୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୩୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୫ ହଜାର ୩୭୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୩୧୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।