Covid19 Odisha: ରାଜ୍ୟରୁ ପୁଣି ୨୩୧ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

Share this:

ଭୁବନେଶ୍ଵର: New Covid19 Cases odisha Latest Updates ଦିନକୁ ଦିନ ଓଡ଼ିଶାରେ ବଢିଚାଲିଛି କରୋନା ସଂକ୍ରମଣ (Coronavirus)। ଲଗାତାର ଭାବେ ୨୦୦ରୁ ଉପରେ ରହୁଛି ଦୈନିକ ସଂକ୍ରମଣ। ଗତକାଲି ରାଜ୍ୟରୁ ୨୦୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ୨୩୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୩୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୯୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୧୩ଜଣ, ଭଦ୍ରକରୁ ୫ଜଣ, କଟକରୁ ୩୫ଜଣ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରିରୁ ଜଣେ, ଦେଓଗଡରୁ ୩ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ଜଣେ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ଜଣେ, ନୟାଗଡରୁ ଜଣେ, ନୂଆପଡ଼ାରୁ ୮ଜଣ, ପୁରୀରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ଜଣେ, ସମ୍ବଲପୁରରୁ ୧୦ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୫ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୧ଲକ୍ଷ ୧୧ହଜାର ୧୦୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୦ ହଜାର ୧୯୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୯୭୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୩୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

Share this:

Leave a Reply

Your email address will not be published. Required fields are marked *