କଟକ ଏସସିବି ମେଡିକାଲ କଲେଜରେ ସ୍ୱେଚ୍ଛାକୃତ ଭାବେ ପ୍ଲାଜମା ଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ମୁଖ୍ୟମନ୍ତ୍ରୀ କହିଲେ ଧନ୍ୟବାଦ

Share this:

କଟକ: କରୋନା (Covid-19)ରୁ ସୁସ୍ଥ ହେବା ପରେ ଡ଼ାକ୍ତରଙ୍କ ପରାମର୍ଶ କ୍ରମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Dharmendra Pradhan) ଶନିବାର ସ୍ୱଚ୍ଛାକୃତ ଭାବେ କଟକ ଗସ୍ତ କରି ଏସସିବି ମେଡିକାଲ କଲେଜରେ ପ୍ଲାଜମା(Plasma)ଦାନ କରିଛନ୍ତି।

ବର୍ତ୍ତମାନ ସମୟରେ ଗୁରୁତର ସଂକ୍ରମିତଙ୍କ ଜୀବନ ରକ୍ଷା କରିବାରେ ପ୍ଲାଜମାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଏଥିପାଇଁ ସମସ୍ତଙ୍କୁ ଆଗେଇ ଆସିବା ସହ ପ୍ଲାଜମା ଦାନ କରିବା ସଚେତନତା ଅଭିଯାନକୁ ଅଧିକ ବ୍ୟାପକ କରିବା ପାଇଁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି।

ଏହି ଅବସରରେ ସେ କହିଛନ୍ତି ଓଡିଶାକୁ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପ୍ରଣାମ କରି ପ୍ଲାଜମା ଦାନ କରିବା ପାଇଁ ମନରେ ଇଚ୍ଛା ଥିଲା। ଆଜି ଏହି ଆଶା ପୂରଣ ହୋଇଛି। ମୁଁ ଦେଇଥିବା ପ୍ଲାଜମା ରାଜ୍ୟର ଯେକୌଣସି କରୋନା ସଂକ୍ରମିତଙ୍କ କାମରେ ଆସିପାରିଲେ, ଏହା ମୋ ପାଇଁ ଆତ୍ମସନ୍ତୋଷର ବିଷୟ ହେବ ବୋଲି ସେ କହିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ଲାଜମା ଦାନକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ (Naveen Patnaik) ଟ୍ଵିଟକରି,ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ପ୍ଲାଜମା ଦାନ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସେ ଅଶେଷ ଧନ୍ୟବାଦ ପ୍ରଦାନ କରିଛନ୍ତି। କୋଭିଡ ସଂକ୍ରମିତଙ୍କ ବହୁମୂଲ୍ୟ ଜୀବନ ରକ୍ଷା ପାଇଁ ପ୍ଲାଜମା ଦାନ କରିବାକୁ ସମସ୍ତଙ୍କୁ ଆହ୍ୱାନ କରୁଛନ୍ତି ବୋଲି କହିଛନ୍ତି।

Also Read: Sushant Singh Rajput Case:ରାସାୟନିକ ରିପୋର୍ଟ ଦ୍ୱାରା ସୁଶାନ୍ତ ହତ୍ୟାକାଣ୍ଡର ତଦନ୍ତ କରାଯାଇପାରିବ ନାହିଁ:ସୁଶାନ୍ତଙ୍କ ସମ୍ପର୍କୀୟ ଭାଇ

Share this: