IIT କାନପୁର ଠାରେ ମେଡିକାଲ କଲେଜ ଓ ହସ୍ପିଟାଲର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Share this:

ବଡଖବର

  • ସମାଜ କଲ୍ୟାଣ ପାଇଁ ଆଇଆଇଟି କାନପୁରର ଉଦ୍ୟମ ଅନ୍ୟ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ପ୍ରେରଣା ଦେବ – ଧର୍ମେନ୍ଦ୍ର ପ୍ରଧାନ।
  • ‘ଦ ଗଙ୍ଗୱାଲ ସ୍କୁଲ ଅଫ୍ ମେଡ଼ିକାଲ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି’ ଏବଂ ‘ୟେଦୁପତି ସିଂଘାନିଆ ସୁପର ସ୍ପେଶାଲିଟି’ ହସ୍ପିଟାଲର ଶିଳାନ୍ୟାସ।

ଦିଲ୍ଲୀ (PIB): Union Minister Dharmendra Pradhan laid the foundation stone of a medical college and hospital at IIT Kanpur ଆଜି ଶନିବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇଆଇଟି କାନପୁର ଠାରେ ‘ଦ ଗଙ୍ଗୱାଲ ସ୍କୁଲ ଅଫ୍ ମେଡ଼ିକାଲ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି’ ଏବଂ ‘ୟେଦୁପତି ସିଂଘାନିଆ ସୁପର ସ୍ପେଶାଲିଟି’ ହସ୍ପିଟାଲର ଶିଳାନ୍ୟାସ କରିଛନ୍ତି।

ଏହି ଦୁଇଟି ଅନୁଷ୍ଠାନର ଭିତିପ୍ରସ୍ତର ପାଇଁ ଆଇଆଇଟି କାନପୁରକୁ କେନ୍ଦ୍ରମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଏହି ଦୁଇଟି ଅନୁଷ୍ଠାନ ପ୍ରତିଷ୍ଠା ହେଲେ ଦେଶର ସ୍ୱାସ୍ଥ୍ୟ ସେବା ପରିସଂସ୍ଥାନ ମଜବୁତ୍ ହେବା ସହ ଉଭା ହେଉଥିବା ଅର୍ଥନୀତିରେ କାନପୁର ସୁଲଭ ତଥା ଭବିଷ୍ୟତ ସମାଧାନର ପେଣ୍ଠସ୍ଥଳି ଭାବରେ ପ୍ରତିଷ୍ଠିତ ହୋଇପାରିବ। ଆଇଆଇଟି କାନପୁର ଭଳି ମହତ ଉଦ୍ୟମ ଗୁଡିକ ସ୍ୱାସ୍ଥ୍ୟସେବା ଏବଂ ଇଞ୍ଜିନିୟରିଂ ମଧ୍ୟରେ ବ୍ୟବଧାନକୁ ଦୂର କରିବ। ସ୍ୱଳ୍ପ ବ୍ୟୟସାପେକ୍ଷ ବୈଷୟିକ ସମାଧାନ ପ୍ରଦାନ କରିବ ଏବଂ ସମାଜର କଲ୍ୟାଣ ପାଇଁ ଅନ୍ୟ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ମଧ୍ୟ ପ୍ରେରଣା ଦେବ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଗତ ଛଅ ଦଶନ୍ଧି ଧରି ଆଇଆଇଟି କାନପୁର ଇଞ୍ଜିନିୟରିଂ ଶିକ୍ଷାରେ ଏକ ଅଗ୍ରଣୀ ଅନୁଷ୍ଠାନ ଭାବରେ କାମ କରୁଛି। ଏହି ଅନୁଷ୍ଠାନ ସମୟନୁସାରେ ପରିବର୍ତନ ହେଉଥିବା ସମାଜର ଆବଶ୍ୟକତା ପ୍ରତି ସମ୍ବେଦନଶୀଳ ଏବଂ ଜାତୀୟ ମିଶନକୁ ସମର୍ଥନ କରିବା ସହ ଆତ୍ମନିର୍ଭର ଭାରତ ନିର୍ମାଣରେ ସକ୍ରିୟ ସହଯୋଗ କରିଆସୁଛି। ସେହିପରି ଜଳବାୟୁ ପରିବର୍ତନ, ୱେଷ୍ଟ ଟୁ ୱେଲଥ, ବିକଳ୍ପ ସବୁଜ ଇନ୍ଧନ ଏବଂ ଅର୍ଥନୀତି ପାଇଁ ନୂଆ ବିଜନେସ ମଡ଼େଲ ବିକଶିତ କରିବା ପାଇଁ କୁଶଳ ଏବଂ ସ୍ୱଳ୍ପ ବ୍ୟୟସାପେକ୍ଷ ସମାଧାନ ଅନ୍ୱେଷଣ କରିବାକୁ ଆଇଆଇଟି କାନପୁରକୁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ ଶିଳ୍ପ ବିପ୍ଳବ ୪.୦ ଭାରତକୁ ଅନେକ ସୁଯୋଗ ପ୍ରଦାନ କରିବ। ଡ୍ରୋନ ସହ ଜଡ଼ିତ ଅର୍ଥନୀତି ଏବଂ ଚିପ୍ ଇକୋସିଷ୍ଟମରେ ଦକ୍ଷତା ବୃଦ୍ଧି ବିକାଶ କରିବା ଦିଗରେ ଏହି ଅଗ୍ରଣୀ ଶିକ୍ଷାନୁଷ୍ଠାନ ଲକ୍ଷ୍ୟ ରଖିବା ଦରକାର। ଅମୃତ କାଳରେ ଆମକୁ ଏମିତି ଏକ ପିଢି ଗଢ଼ିବାକୁ ହେବ, ଯେଉଁମାନେ ସମାଜ ଓ ରାଷ୍ଟ୍ର କଲ୍ୟାଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଉଥିବେ। ଏହି ମର୍ମରେ ଗବେଷଣା, ନବସୃଜନ ଏବଂ ଉଦ୍ୟମିତାକୁ ମୁଳଦୁଆ କରି ଆଇଆଇଟି କାନପୁର ଲୋକଙ୍କ ଜୀବନକୁ ସୁଗମ କରିବା ସହ ମାନବ କଲ୍ୟାଣ ପାଇଁ ବିଭିନ୍ନ ସମସ୍ୟାର ସମାଧାନର ରାସ୍ତା ବାହାର କରିବାକୁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି।

Read Also | Free Covid booster dose: ମୋଦୀ ସରକାର ଜୁଲାଇ ୧୫ରୁ ସମସ୍ତଙ୍କୁ ଦେବେ ମାଗଣା ବୁଷ୍ଟର ଡୋଜ

Share this:

Leave a Reply

Your email address will not be published. Required fields are marked *