Utkal Divas: ଆଜି ଉତ୍କଳ ଦିବସ; ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା

Share this:

ଭୂବନେଶ୍ଵର: Odisha Day ଆଜି ହେଉଛି ୮୭ତମ ଉତ୍କଳ ଦିବସ (Utkal Divas)। ୧୯୩୬ ମସିହା ଏପ୍ରିଲ ଏକ ତାରିଖରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ଗଠନ ହୋଇଥିଲା। ଆଜି ଦିନଟି ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବ ଦିନ। ପୃଥିବୀର ୨୦ଟି ସମୃଦ୍ଧ ସଭ୍ୟ ଓ ସୃଜନଶୀଳ ଭାଷା ମଧ୍ୟରୁ ଓଡ଼ିଆ ଭାଷା ଗୋଟିଏ। ଉତ୍କଳ ନିଜର କଳା, ସଂସ୍କୃତି, ଐତିହ୍ୟ ଏବଂ ଭାସ୍କର୍ଯ୍ୟରେ ପରିପୂର୍ଣ୍ଣ ଏହାର ଇତିହାସ ସାରା ବିଶ୍ୱରେ ଖ୍ୟାତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (PM Narendra Modi) ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ( Governor Prof. Ganeshi Lal) ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଓଡ଼ିଶା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଉତ୍କଳ ଦିବସ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ବୋଲି ପ୍ରଧାନମନ୍ତ୍ରୀ ଟୁଇଟ୍‌ କରିକହିଛନ୍ତି।

ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଆଜିର ଦିବସରେ ସମସ୍ତେ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ଓଡ଼ିଶା ଗଠନର ସ୍ୱପ୍ନକୁ ସାକାର କରିଥିବା ମହାପୁରୁଷମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ଅମର ବରପୁତ୍ରମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇଛନ୍ତି। ଆଜି ବିଭିନ୍ନ କ୍ଷେତ୍ରରେ ଓଡ଼ିଶା ସାରା ଦେଶ ପାଇଁ ପଥପ୍ରଦର୍ଶକ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି।

Share this: