Coronavirus India: ଗତ ୨୪ ଘଣ୍ଟାରେ ୪୭,୯୦୫ ଜଣ ନୂଆ ସଂକ୍ରମିତ, ୫୫୦ ମୃତ

Share this:

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୭,୯୦୫ ନୂଆ କରୋନା ପଜିଟିଭ (Corona Virus) ଚିହ୍ନଟ ହୋଇଛନ୍ତି। ଏଥିସହିତ ୫୫୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଅନୁସାରେ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧,୨୮,୫୭୧ ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬,୮୩,୯୧୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୪,୮୯,୨୯୪ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ୮୦,୬୬,୫୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪ ଘଣ୍ଟା ରେ ୫୨,୭୧୮ ଜଣ ସୁସ୍ଥ ହୋଇଛନ୍ତି।

ଭାରତରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ମଧ୍ୟ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି

Also Read | School Reopen: ରାଜ୍ୟରେ ଆସନ୍ତା ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

Share this: