Weather Report Odisha: ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର, ୧୫ ଜିଲ୍ଲାରେ କାଳବୈଶାଖୀ

Share this:

ଭୁବନେଶ୍ଵର: Weather Report Odisha ରାଜ୍ୟରେ ଖରା ସହ ପ୍ରବଳ ଗରମ ଅନୁଭୂତ ହେଉଛି। ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର (Bhubaneswar) ରହିଛି। ଗତକାଲି ଶୁକ୍ରବାର ଏଠାରେ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଆଜି ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି।

ସୂଚନା ଅନୁସାରେ ଉତ୍ତର ପୂର୍ବାଞ୍ଚଳ ମଧ୍ୟପ୍ରଦେଶ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟର ପ୍ରଭାବ ଆଭ୍ୟନ୍ତରୀଣ ଓଡ଼ିଶା ଓ ରାଜ୍ୟର ଅନ୍ୟ କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଏହସବୁ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ରହିପାରେ। କାଳବୈଶାଖୀ ଓ ବଜ୍ରପାତ ଆଶଙ୍କାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଅବ୍ୟାହତ ଥିବାବେଳେ ଉପକୂଳ ଓଡ଼ିଶାରେ ତାତିର ପ୍ରଭାବ ଆଜିଠାରୁ ବଢ଼ିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ଏବଂ ପରବର୍ତ୍ତୀ ୨୪ ଘଣ୍ଟା ପରେ ଓଡ଼ିଶାର ଅଧିକାଂଶ ଜିଲ୍ଲାର ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ପୂର୍ବାନୁମାନ କରାଯାଇଛି।

Read Also | Covid Cases Odisha: ଓଡିଶାରୁ କମିଲା କରୋନା ସଂକ୍ରମଣ, ଆଜି ମାତ୍ର ଜଣେ ପଜିଟିଭ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *