Odisha weather: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ଘଡ଼ଘଡ଼ି,ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

Share this:

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରାପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନା ଅନୁସାରେ ଏହି ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ଏଥିଲାଗି ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

amazon-adv

ଅନ୍ୟ ପକ୍ଷରେ ଗତ କିଛି ଦିନ ହେବ ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ଯୋଗୁଁ ରାଜ୍ୟରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ଗତକାଲି ରାଜ୍ୟର ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ବୌଦ୍ଧ ଠାରେ ସର୍ବୋଚ୍ଚ ତାପମାତ୍ରା ୪୩.୧ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ କରାଯାଇଛି।

[amazon_auto_links id=”10233″]

Also Read | Corona Vaccination: ଆଜିଠାରୁ ୧୮ବର୍ଷରୁ ଅଧିକ ଲୋକଙ୍କ ପାଇଁ ଟିକା ପଞ୍ଜୀକରଣ ଆରମ୍ଭ, କେଉଁଠାରେ ଏବଂ କିପରି କରିବେ Registration

Share this:

Leave a Reply

Your email address will not be published. Required fields are marked *