Weather Report Odisha: ୧୬ ଜିଲ୍ଲାରେ କାଳବୈଶାଖୀ, ୟେଲୋ ୱାର୍ଣ୍ଣିଂ ଜାରି

kalabaishakhi_mahimalive
Share this:

ଭୁବନେଶ୍ଵର: Weather Report Odisha ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ସୁନ୍ଦରଗଡ଼ ଓ ସୋନପୁରରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୨.୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି।

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ମଧ୍ୟରେ କଳାହାଣ୍ଡି, କୋରାପୁଟ, କନ୍ଧମାଳ, ଗଜପତି, ବୌଦ, ରାୟଗଡ଼ା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ବଲାଙ୍ଗିର ରହିଛି। ଏହି ଜିଲ୍ଲାଗୁଡିକର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Read Also | Covid Cases Odisha: ଆଜି ଓଡିଶାରୁ ଆଉ ୧୧ ଜଣ କରୋନା ପଜିଟିଭ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *