Weather Report Odisha: ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ଜାରି, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Share this:

ବଡଖବର:

  • ଋଷିକୁଲ୍ୟା, ଇନ୍ଦ୍ରାବତୀ, ବୁଢ଼ାବଳଙ୍ଗ , ନାଗାବଳୀ ଓ ବଂଶଧାରା ନଦୀରେ ବଢୁଛି ଜଳସ୍ତର।
  • ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: Weather Report Odisha heavy rains all over Odisha ଗୋଟିଏ ଲଘୁଚାପ ବର୍ଷା କମି ନଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର (Low Pressure Area) ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଅଧିକି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ଆଶଙ୍କା କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ଏହା ଅବପାତର ରୂପ ନେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡ଼ିଶା-ଛତିଶଗଡ଼ ଆଡ଼କୁ ମୁହାଁଉଛି। ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନା ଅନୁସାରେ କ୍ରମାଗତ ବର୍ଷା ହେବା ଫଳରେ କୋରାପୁଟ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୪୯୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କୋଟପାଡ, ବୋରିଗୁମ୍ମା, କୁନ୍ଦ୍ରା, ବୈପାରୀଗୁଡ଼ା ଓ ଜୟପୁର ଦେଇ ପ୍ରବାହିତ ହେଉଥିବା ନଦୀଗୁଡ଼ିକରେ ଜଳସ୍ତର ବିପଦ ସଙ୍କେତ ଦେଇ ଗତି କରୁଛି।

ସେହିପରି ଆଜି ଗୁରୁବାର ପୂର୍ବାହ୍ନ ସୁଦ୍ଧା ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହିତ ଖୋର୍ଦ୍ଧା  ଓ ପୁରୀ ଜିଲ୍ଲା ସହିତ ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଲଘୁଚାପ ସାଙ୍ଗକୁ ସକ୍ରିୟ ମୌସୁମୀ ପ୍ରଭାବରେ ଉତ୍ତର, ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରଠାରୁ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ଏବଂ ସ୍ଥଳ ବିଶେଷରେ ୬୦ କିମି ବେଗରେ ପବନ ବହିବ। ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *