Weather Report: ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

Share this:

ଭୂବନେଶ୍ଵର: ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ଗୁରୁଚାପ ବଳୟ ସୃଷ୍ଟିହେବା ଫଳରେ ଆଜିଠାରୁ ୭ ଜିଲ୍ଲାରେ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ସେ ଜିଲ୍ଲାଗୁଡ଼କ ହେଲା, କଟକ, ଅନୁଗୁଳ, ଢ଼େଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଓ କନ୍ଧମାଳ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କୁହୁଡ଼ିର ଘନତା ଅଧିକ ରହିବାର ସମ୍ଭାବନା ଥିବାରୁ ମୋଟର ଯାନ ଯାତାୟାତରେ ବିଶେଷ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି। ସେହିପରି ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‍କାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Also Read | Govt Jobs: ଆସନ୍ତା ବର୍ଷ ୨ ଲକ୍ଷ ଚାକିରି ମିଳିବ, ଜାଣନ୍ତୁ କେଉଁ ବିଭାଗରେ କେତେ

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *