Weather Report: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି, ଢେଙ୍କାନାଳ ସମେତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବଢିବ ତାତି

Share this:

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ୍‍ ଭୁବନେଶ୍ୱର (Bhubaneswar) ଠାରେ ରେକର୍ଡ କରାଯାଇଛି।

ଗ୍ରୀଷ୍ମ ପ୍ରବାହ ବୃଦ୍ଧିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, କଟକ, ଢେଙ୍କାନାଳ, ମୟୂରଭଞ୍ଜ ଓ ବାଲେଶ୍ୱରରେ ତାପମାତ୍ରା ଆହୁରି ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

amazon-adv

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ସାଧାରଣ ଜନତାଙ୍କ ପାଇଁ ଘରୁ ନବାହାରିବ ପାଇଁ ପରାମର୍ଶ ଦିଆଯାଇଛି। ଏହିସବୁ ଅଞ୍ଚଳରେ ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା ଯାଏଁ ବାହାରକୁ ଯିବାବେଳେ ଖରା ପାଗ ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

[amazon_auto_links id=”10233″]

Also Read | ଏମିତି ଏକ ଦେଶ ଯାହା ପ୍ରାୟ କରୋନାକୁ ପରାସ୍ତ କରିଛି! ମାସ୍କ ପିନ୍ଧିବା ଜରୁରୀ ନୁହେଁ, ଜାଣନ୍ତୁ କିପରି …

Share this:

Leave a Reply

Your email address will not be published. Required fields are marked *