Weather Report Odisha: ୫ ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି

Share this:

ଭୁବନେଶ୍ଵର: Weather Report Odisha ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ରାଜ୍ୟର ୯ଟି ସ୍ଥାନରେ ଦିନର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‍ ଉପରେ ଥିବା ରେକର୍ଡ କରାଯାଇଥିଲା। ଏହି ଗ୍ରୀଷ୍ମ ପ୍ରବାହ ଆହୁରି କିଛି ଦିନ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ଗତକାଲି ଦିନର ସର୍ବୋଚ୍ଚା ତାପମାତ୍ରା ୪୧.୫ ଡିଗ୍ରୀ ସେଲସିୟସ୍‍ ବଲାଙ୍ଗିର ଏବଂ ବୌଦ୍ଧ ଜିଲ୍ଲାରେ ରେକର୍ଡ କରାଯାଇଥିଲା। ଆଜି ୫ଟି ଜିଲ୍ଲାକୁ କାଳବୈଶାଖୀ (Kalabaisakhi) ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Read Also | Covid19 Odisha: ଆଜି ୮ କୋଭିଡ ପଜିଟିଭ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *