Weather Report Odisha: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି; ଆସୁଛି ଲଘୁଚାପ, ଆଜିଠାରୁ ୯ ଜିଲ୍ଲାରେ ବର୍ଷା

Share this:

ଭୁବନେଶ୍ଵର: Weather Report Odisha ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାରି ମଧ୍ୟରେ ଆଜିଠାରୁ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, କେନ୍ଦ୍ରାପଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ସୋମବାର ମଧ୍ୟ ରାଜ୍ୟର ଉତ୍ତର-ପୂର୍ବ ଉପକୂଳ ସମେତ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ପକ୍ଷରେ ଗତକାଲି ବଲାଙ୍ଗୀରରେ ସର୍ବୋଚ୍ଚ ୪୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୪୧.୫, ସୁନ୍ଦରଗଡ଼ରେ ୪୦ ଡିଗ୍ରୀ, ସୋନପୁରରେ ୪୦.୨ ଓ ବୌଦ୍ଧରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ବର୍ଷା ସମ୍ଭାବନା ସତ୍ତ୍ୱେ ଆସନ୍ତା ୪ରୁ୫ ଦିନ ଯାଏଁ ରାଜ୍ୟରେ ତାପମାତ୍ରା ଅପରିବର୍ତ୍ତିତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସୁଛି ଆଉ ଏକ ଲଘୁଚାପ। ସୂଚନା ଅନୁଯାୟୀ, ୬ ତାରିଖରୁ ଦକ୍ଷିଣ ଆଣ୍ଡମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି। ଫଳରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ଏଯାଏ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇନାହିଁ।

Read Also | Covid19 Odisha Report: ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ, ଅନୁଗୋଳରୁ ସର୍ବାଧିକ

Share this:

Leave a Reply

Your email address will not be published. Required fields are marked *