Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

weather-forecast
Share this:

 ଭୁବନେଶ୍ଵର: Weather Report Odisha ଓଡ଼ିଶାରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ଉତ୍ତର-ପଶ୍ଚିମ ଭାଗରେ ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ଶୁକ୍ରବାର ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇପାରେ। ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ୨୫ ତାରିଖରେ ସୁନ୍ଦରଗଡ଼, ଦେବଗଡ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

mahimalive news

ଏଥିସହିତ ୨୬ ତାରିଖରେ ରାଜ୍ୟର କେତେକାଂଶରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ ଦିନର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି।

Share this:

Leave a Reply

Your email address will not be published. Required fields are marked *