Weather Report: ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ
ନୂଆଦିଲ୍ଲୀ(ମହିମା ଲାଇଭ ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ଲାଗିରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ, ବଲାଙ୍ଗିର, ଢେଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଦ୍ଧା ଭଦ୍ରକ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଚଳିତ ବର୍ଷ ରାଜ୍ୟରୁ ମୌସୁମୀ ଫେରିବାର ବିଳମ୍ବ ହେବ ବୋଲି ପାଣିପାଗ ବିଜ୍ଞାନୀ
ଆକଳନ କରିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାନେଇ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକ ଆକଳନ କରିଛନ୍ତି। ଏହି ଲଘୁଚାପ
ପ୍ରଥମ ଦୁଇ ଦିନ ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବା ସହିତ ଅବପାତରେ ପରିଣତ ହେବ। ପରେ ଏହା ଆନ୍ଧ୍ରର ଉତ୍ତର ଉପକୂଳରେ ସ୍ଥଳଭାଗ ଛୁଇଁବା ସହିତ ୧୩ ତାରିଖରେ ଦୁର୍ବଳ ହେବ। ଏହାର ପ୍ରଭାବରେ ରାଜ୍ୟରେ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ।
Also Read: Assembly News: ଖଣି ଦୁର୍ନୀତି ପ୍ରସଙ୍ଗକୁ କେନ୍ଦ୍ରକରି ବିରୋଧୀ ଓ ଶାସକ ସଦସ୍ୟଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ
1 thought on “Weather Report: ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ”