Weather:ଆଜି ପ୍ରବଳ ବର୍ଷା;୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପବନ ବହିବ ୪୦ରୁ ୫୦ କିମି ବେଗରେ

Share this:

ଭୁବନେଶ୍ଵର: କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ଏହା ଅଧିକ ଘନୀଭୂତ ହେବ। ଏହାର ପ୍ରଭାବରେ ୨୧ ତାରିଖ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଉପକୂଳ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୬ଟି ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ଢେଙ୍କାନାଳ ଏବଂ ଭଦ୍ରକ। ସେହିପରି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Also Read | Air Bubble: ବାଂଲାଦେଶ ଓ ଭାରତ ମଧ୍ୟରେ “ଏୟାର୍ ବବଲ୍‌” ବିମାନ ଚଳାଚଳ ଆରମ୍ଭ

Share this:

Leave a Reply

Your email address will not be published. Required fields are marked *