Weather Report: ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା

Share this:

ଭୁବନେଶ୍ଵର: ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଗତକାଲି ରାଜ୍ୟର ପ୍ରାୟ ସବୁ ଅଞ୍ଚଳ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ଅନୁଗୁଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏଣେ ଅନ୍ୟପକ୍ଷରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଆଜି ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୯ ଫୁଟରୁ ଅଧିକ ରହିଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୩୦ହଜାର ୯୫୮ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ୧୮ହଜାର ୨୫୩ ଘନଫୁଟ ଜଳ ନିଷ୍କାସିତ ହେଉଛି। ତେବେ ଜଳ ନିଷ୍କାସନ ପାଇଁ ଏପର୍ଯ୍ୟନ୍ତ କୌଣସି ସ୍ଲୁଇସ ଗେଟ୍‍ ଖୋଲାଯାଇ ନାହିଁ ବୋଲି ଜଳଭଣ୍ଡାରର
କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Also Read:UP Hathras Case: ବିଜେପି କହିଛି ରାହୁଲ-ପ୍ରିୟଙ୍କା ହସଖୁସିରେ ହାଥରସକୁ ଯାଉଛନ୍ତି, ଯାଉଥିବା ଭିଡିଓ ଭାଇରାଲ

Share this:

One thought on “Weather Report: ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା

Leave a Reply

Your email address will not be published. Required fields are marked *